ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ

ରାୟପୁର: ବିଷ୍ଣୁଦେଓ ସାଏ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ବୁଧବାର ରାୟପୁର ସାଇନ୍ସ କଲେଜ ପରିସରରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ବିଜେପି ବିଧାୟକ ଅରୁଣ ସାଓ ଓ ବିଜୟ ଶର୍ମା ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ।

Comments are closed.