‘ବାଲ୍ୟ ବିବାହ ମୁକ୍ତ ଭାରତ’ ଅଭିଯାନ ଅନ୍ତର୍ଗତ ସାମୂହିକ ଶପଥ ପାଠ।

0

ଗଜପତି,୨୭.୧୧(ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ ପକ୍ଷରୁ ‘ବାଲ୍ୟ ବିବାହ ମୁକ୍ତ ଭାରତ’ ଅଭିଯାନ ଅନ୍ତର୍ଗତ ଏକ ସାମୂହିକ ଶପଥ ପାଠ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ ଏବଂ ଶ୍ରୀ ମୁନୀନ୍ଦ୍ର ହନାଗାଙ୍କ ଉପସ୍ଥିତିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ ବିଭିନ୍ନ ବିଭାଗର କର୍ମଚାରୀମାନେ ବାଲ୍ୟ ବିବାହର ନିରାକରଣ ଏବଂ ସମାଜରୁ ଏହି କୁପ୍ରଥାକୁ ସମ୍ପୂର୍ଣ୍ଣ ଦୂର କରିବା ନିମନ୍ତେ ସାମୂହିକ ଶପଥ ପାଠ କରିଥିଲେ।ଏଥି ସହିତ ‘ବାଲ୍ୟ ବିବାହ ମୁକ୍ତ ଭାରତ’ ପୋର୍ଟାଲ୍ ମାଧ୍ୟମରେ ଅନଲାଇନ୍‌ରେ ମଧ୍ୟ ଶପଥ ଗ୍ରହଣ କରାଯାଇ ପ୍ରମାଣପତ୍ର ସୃଷ୍ଟି କରାଯାଇଥିଲା। ଅଭିଯାନ ସମ୍ପର୍କିତ ସୂଚନା, ଶିକ୍ଷା ଓ ଯୋଗାଯୋଗ ସଚେତନତା ସାମଗ୍ରୀ ମଧ୍ୟ ବଣ୍ଟନ କରାଯାଇଥିଲା।ଏହି ଅଭିଯାନକୁ ଜିଲ୍ଲାବ୍ୟାପୀ ସଫଳ କରିବା ଉଦ୍ଦେଶ୍ୟରେ ଗଜପତି ଜିଲ୍ଲାର ସମସ୍ତ ବ୍ଲକ୍‌ରେ ମଧ୍ୟ ଶପଥ ପାଠ ଓ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ବାଲ୍ୟ ବିବାହ ଭଳି ସାମାଜିକ କୁପ୍ରଥାର ନିରାକରଣ ପାଇଁ ସମସ୍ତ ଜନସାଧାରଣ ଓ ଅଭିଭାବକଙ୍କ ସକ୍ରିୟ ସହଯୋଗ ଏବଂ ସଚେତନତା ଅତ୍ୟନ୍ତ ଜରୁରୀ ବୋଲି କୁହାଯାଇଛି।ଏହି ସଚେତନତା ଶପଥ ପାଠ କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ଶ୍ରୀ ବିନାୟକ ରାଉଳ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଅଶୋକ କୁମାର ପଟ୍ଟନାୟକ, ଜିଲ୍ଲା ସମାଜ ମଙ୍ଗଳ ପ୍ରୋଗ୍ରାମ ଅଧିକାରୀ ଶ୍ରୀମତୀ ସାରଳା ପାତ୍ର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.