କଟକ, କନ୍ଧମାଳ ଓ ଯାଜପୁର ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର: ଓଡ଼ିଶା ପାଇଁ ଦ୍ବିତୀୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ଅବଶିଷ୍ଟ ୩ ଲୋକସଭା ଆସନ କଟକ, କନ୍ଧମାଳ ଓ ଯାଜପୁର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । ଭର୍ତ୍ତୃହରି ମହତାବଙ୍କୁ ଦଳ କଟକ ଲୋକସଭା ପ୍ରାର୍ଥୀ କରିଥିବାବେଳେ ରବୀନ୍ଦ୍ର ନାରାୟଣ ବେହେରା ଯାଜପୁର ଓ ସୁକାନ୍ତ କୁମାର ପାଣିଗ୍ରାହୀ କନ୍ଧମାଳ ଲୋକସଭା ପ୍ରାର୍ଥୀ ହୋଇଛନ୍ତି । ତିନି ଆସନରେ ବିଜେପି ତାର ପ୍ରାର୍ଥୀ ବଦଳାଇଛି । ୨୦୧୯ରେ କଟକରୁ ପ୍ରକାଶ ମିଶ୍ର ଲୋକସଭା ପ୍ରାର୍ଥୀ ହୋଇଥିବାବେଳେ ଏଥର ଦଳ ବିଜେଡିରୁ ଯାଇଥିବା ଭର୍ତ୍ତୃହରିଙ୍କୁ ଟିକେଟ ଦେଇଛି । ସେହିପରି କନ୍ଧମାଳରୁ ମହାମେଘବାହନ ଐରଖାରବେଳ ସ୍ବାଇଁଙ୍କ ବଦଳରେ ସୁକାନ୍ତ କୁମାର ପାଣିଗ୍ରାହୀ ଏବଂ ଯାଜପୁରରେ ଅମିୟ ମଲ୍ଲିକଙ୍କ ବଦଳରେ ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ବିଜେପି ଟିକେଟ ଦେଇଛି । ପୂର୍ବରୁ ବିଜେପି ୧୮ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି ।

Comments are closed.