କଟକ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ

କଟକ: କଟକ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ ହୋଇଯାଇଛି। ଏସସିବି ମେଡ଼ିକାଲ କଲେଜରେ ୬୯ ବୟସରେ ତାଙ୍କର ଦେହାନ୍ତ ହୋଇଛି। କଟକ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ ହୋଇଥିବା ନେଇ ହସ୍ପିଟାଲ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି। ମସ୍ତିଷ୍କାଘାତ ପାଇଁ ନିକଟରେ ତାଙ୍କର ଅପରେସନ କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

ରାଜ୍ୟରେ ବିଭିନ୍ନ ବିପର୍ଯ୍ୟୟ ସମୟରେ ଜରୁରୀକାଳୀନ ସେବା ଯୋଗାଇ ଡା.ଭୁବନାନନ୍ଦ ମହାରଣା ପ୍ରଶଂସିତ ହୋଇଥିଲା। କରୋନା ସମୟରେ ସମୟପୋଯୋଗୀ ପରାମର୍ଶ ଦେଇ ଅନେକ ଧନଜୀବନ ରକ୍ଷା କରିଥିଲେ। ଏହାସହିତ ବନ୍ୟା, ବାତ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପୀଡ଼ିତଙ୍କୁ ତତ୍କାଳ ଚିକିତ୍ସା ସେବା ଯୋଗାଇ ଦେବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

Comments are closed.