ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ ; ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା। ସେ ବିଜୁ ଜନତା ଦଳର ଜଣେ ଆଗ ଧାଡିର ନେତା। ଗତ ୨୦୦୯ରୁ ୨୦୨୪ ପର୍ଯ୍ୟନ୍ତ ଲଗାତାର ୩ଥର ବରଗଡ଼ ଜିଲା ଭଟଲି ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ। ସେ ନବୀନ ସରକାରରେ ଶ୍ରମମନ୍ତ୍ରୀ, ଗ୍ରାମ୍ୟଉନ୍ନୟନ ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ। ତାଙ୍କ ପରଲୋକରେ ବିଭିନ୍ନ ମହଳରେ ଶୋକର ଛାୟା ଖେଳିଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଓ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ଅନେକ ଦଳୀୟ କର୍ମୀ, ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ପରଲୋକରେ ଶୋକ ବ୍ୟକ୍ତ କରିଛନ୍ତି।

Leave A Reply

Your email address will not be published.