ଆଜି ପୁଣି ଦେଶରେ ୧୦୦୦ ଉପରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ଜଣେ ମୃତ

ନୂଆଦିଲ୍ଲୀ: ବୁଧବାର ଦିନ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୧ ହଜାର ତଳେ ଥିବାବେଳେ ଆଜି ପୁଣି ବୃଦ୍ଧି ପାଇ ୧୦୦୦ ଟପି ଯାଇଥିବା ରେକର୍ଡ କରାଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୧୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୧୧୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୪୬,୮୮୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ଜଣକ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୮୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୯୭,୦୭୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୮୨୧ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୫%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୫୮,୮୪,୭୮୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୪୪,୪୯୧ଟି ନମୁନା।

Comments are closed.