କଟକ : ଆଉ ଗୋଟିଏ ଦିନ ବଢିଲା କଟକ ଐତିହାସିକ ବାଲିଯାତ୍ରା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନିଷ୍ପତ୍ତି ନେଇଛନ୍ତି। କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ସୋମବାର ସରିବାର ଥିଲା। ଜନ ସାଧାରଣଙ୍କ ଆଗ୍ରହକୁ ଦେଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଯୋଗ୍ୟ, ବାଲିଯାତ୍ରାକୁ ଆଉ ୨ ଦିନ ବଢାଇବାକୁ ସରକାରଙ୍କୁ କଟକ ମେୟର ସୁବାସ ସିଂ ଅନୁରୋଧ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Comments are closed.