*ଜିଲ୍ଲାପାଳଙ୍କ ଗୋଷାଣି ବ୍ଲକ୍ ପରିଦର୍ଶନ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ।

0

ଗଜପତି,୧୪.୮(ମନୋଜ ପାଢ଼ୀ):- ଗଜପତି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ ଗୋଷାଣୀ ବ୍ଲକ୍ ପରିଦର୍ଶନ କରି ପଞ୍ଚାୟତ ସମିତି ଅଧୀନରେ ଚାଲୁଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଥିଲେ। ଜିଲ୍ଲାପାଳ ବ୍ଲକର ବିଭିନ୍ନ ବିଦ୍ୟାଳୟ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ବୁଲି ଦେଖିବା ସହିତ ସେଠାରେ ପଢୁଥିବା ଛାତ୍ରଛାତ୍ରୀ ଏବଂ ଶିଶୁମାନଙ୍କୁ ପ୍ରଦାନ କରାଯାଉଥିବା ଶିକ୍ଷା, ଖାଦ୍ୟ ଓ ଅନ୍ୟାନ୍ୟ ସୁବିଧା ସୁଯୋଗର ତଦାରଖ କରିଥିଲେ। ପଞ୍ଚାୟତ ସମିତି ଅଧୀନରେ ଚାଲିଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଅଗ୍ରଗତି ନେଇ ସେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଜିଲ୍ଲାପାଳଙ୍କ ଗସ୍ତ ସମୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌରଚନ୍ଦ୍ର ପଟ୍ଟନାୟକ ଓ ବ୍ଳକର ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପ୍ରକଳ୍ପ ଗୁଡ଼ିକୁ ଶେଷ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।ଜିଲ୍ଲା ପ୍ରଶାସନର ଏହି ପଦକ୍ଷେପ ତୃଣମୂଳ ସ୍ତରରେ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଭିତ୍ତିଭୂମି ବିକାଶ ପ୍ରକ୍ରିୟାକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.