ଗଜପତି,୨.୧୦( ମନୋଜ କୁମାର ପାଢୀଙ୍କ ରିପୋର୍ଟ) :-ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ୧୫୭ତମ ଏବଂ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୨୨ତମ ଜୟନ୍ତୀ ପାରଳାଖେମୁଣ୍ଡିସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନଠାରେ ଶ୍ରଦ୍ଧାର ସହିତ ପାଳିତ ହୋଇଯାଇଛି।ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରାତଃ ୪.୩୦ ସମୟରେ ସହରରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଗାନ୍ଧିଜୀଙ୍କ ପ୍ରିୟ ଭଜନ ‘ରଘୁପତି ରାଘବ ରାଜାରାମ’ ପରିବେଷଣ କରାଯାଇଥିଲା। ସକାଳ ୭.୦୦ ଘଟିକା ସମୟରେ ଗାନ୍ଧୀ ଛକସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୂପେଶ କୁମାର ପାଣିଗ୍ରାହୀ,ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ, ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ଦୟାମୟ ପାଢ଼ୀ,ଉପ ଜିଲ୍ଲାପାଳ ସୁଶ୍ରୀ ଭାଗବତ ସାମଲ କଲ୍ୟାଣ ରାଓଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗ ଦେଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ଗାନ୍ଧୀ ଛକ ଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଜଗନ୍ନାଥ ମନ୍ଦିର ପରିସରରେ ସ୍ୱଚ୍ଛତା ହିଁ ସେବା ଓ ସ୍ବଚ୍ଛ ଭାରତ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ସେହିପରି ଏକ ପେଡ୍ ମା କେ ନାମ ଅଭିଯାନ କାର୍ଯ୍ୟକ୍ରମ ଅବସରରେ ବୃନ୍ଦାବନ ପ୍ୟାଲେସଠାରେ ମୁଖ୍ୟ ଅତିଥିଙ୍କ ସମେତ ସମସ୍ତ ଅତିଥିବୃନ୍ଦ ବୃକ୍ଷ ରୋପଣ କରିଥିଲେ।ପରେ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନଠାରେ ଆୟୋଜିତ ସାଧାରଣ ସଭାରେ ଭକ୍ତି ସଙ୍ଗୀତ ଅନୁଷ୍ଠାନର କଳାକାରମାନେ ଗାନ୍ଧିଜୀଙ୍କ ପ୍ରିୟ ଭଜନ ‘ବୈଷ୍ଣବ ଜନ ତୋ’ ପରିବେଷଣ କରିଥିଲେ। ଏହାପରେ ସର୍ବଧର୍ମ ପ୍ରାର୍ଥନା ଅନୁଷ୍ଠିତ ହୋଇଥିଲା। ଗୋପାଳ କୃଷ୍ଣ ପଣ୍ଡିତ ଗୀତା ପାଠ, ଫାଦର ଖ୍ରୀଷ୍ଟଦାସ ରଇତ ବାଇବେଲ ପାଠ ଏବଂ ପର୍ବେଜ ଅଲ୍ଲାମ କୋରାନ ପାଠ କରିଥିଲେ।ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବରେ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀନ୍ଦ୍ର ହନାଗା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିରଞ୍ଚି ବାଗ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପ ଜିଲ୍ଲାପାଳ ସୁଶ୍ରୀ ଭାଗବତ ସାମଲ କଲ୍ୟାଣ ରାଓ,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଛାତ୍ରଛାତ୍ରୀଙ୍କୁ ‘ସ୍ୱଚ୍ଛତା ହିଁ ସେବା’ର ଶପଥ ପାଠ କରାଇଥିଲେ ଏବଂ ନିଜ ବକ୍ତବ୍ୟରେ ମହାତ୍ମାଗାନ୍ଧୀ ଅହିଂସାକୁ ଅସ୍ତ୍ର କରି ଦେଶକୁ ସ୍ୱାଧୀନତା ଆଣିଥିବା ଦର୍ଶାଇବା ସହିତ ତାଙ୍କରି ଆଦର୍ଶରେ ଅନୁପ୍ରାଣିତ ହୋଇ ସମାଜରେ ଶାନ୍ତି, ସଦ୍ଭାବ ଓ ସ୍ୱଚ୍ଛତା ବଜାୟ ରଖିବା ସହ ଗାନ୍ଧିଜୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବାକୁ ସେ ଆହ୍ୱାନ ଦେଇଥିଲେ।ମାନ୍ୟବର ସାଂସଦ କହିଥିଲେ ଯେ, ଗାନ୍ଧିଜୀ ଅହିଂସାର ମାର୍ଗରେ ସ୍ୱାଧୀନତା ସଂଗ୍ରାମକୁ ଆଗେଇ ନେଇଥିଲେ। ସେ ସମଗ୍ର ବିଶ୍ୱକୁ ଶାନ୍ତି, ଅହିଂସା, ତ୍ୟାଗ ଓ ନିଷ୍ଠାର ବାର୍ତ୍ତା ଦେଇଥିଲେ। ଗାନ୍ଧିଜୀଙ୍କ ଆଦର୍ଶକୁ ଅନୁସରଣ କରି ସୁସ୍ଥ ସମାଜ ଗଠନ ଦିଗରେ ସମସ୍ତେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ଉପସ୍ଥାପନ କରିଥିଲେ। ସେହିପରି ଗାନ୍ଧିଜୀଙ୍କ ମାନବିକତା ଓ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କଲେ ଜିଲ୍ଲା, ରାଜ୍ୟ ଓ ଦେଶର ପ୍ରଗତି ତ୍ୱରାନ୍ୱିତ ହୋଇପାରିବ ବୋଲି ସେ କହିଥିଲେ।ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା।ସେହିପରି ଜିଲ୍ଲା ଶ୍ରମ ବିଭାଗ ତରଫରୁ ନିର୍ମାଣ ଶ୍ରମିକ କାର୍ଡ ବଣ୍ଟନ କରାଯାଇଥିଲା। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଶ୍ରୀ ଅମୂଲ୍ୟ କୁମାର ପାଣିଗ୍ରାହୀ ଓ ଶ୍ରୀ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ପରିଚାଳନା କରିଥିଲେ।
ଏହି ଅବସରରେ ପୌର ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ, ତହସିଲଦାର ଶ୍ରୀ ନାରାୟଣ ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ବରିଷ୍ଠ ନାଗରିକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ସ୍ଥାନୀୟ ବରିଷ୍ଠ ନାଗରିକ ବୁଦ୍ଧିଜୀବୀଙ୍କ ସମେତ ସୂଚନା ଓ ଲୋକସମ୍ପର୍କ ବିଭାଗର କନିଷ୍ଠ କର୍ମଚାରୀ ଶ୍ରୀ ଅପରାନନ୍ଦ ଆନନ୍ଦ,ପ୍ରଦୀପ କୁମାର ରଥ ପ୍ରମୁଖ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.