ଗଜପତି ୧୮.୦୬ : ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନଜୀବନ ଓ ସମ୍ପତ୍ତିର ସୁରକ୍ଷା ଏବଂ ଗଜପତି ଜିଲ୍ଲା ପ୍ରଶାସନର ପ୍ରସ୍ତୁତିକୁ ଆହୁରି ସୁଦୃଢ କରିବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ ଓ ବନ୍ୟା-ବାତ୍ୟା ସମୟରେ ଜନସାଧାରଣଙ୍କୁ କିପରି ସୁରକ୍ଷିତ ବାବେ ଉଦ୍ଧାର କରାଯାଇ ପାରିବ ସେନେଇ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଟେବୁଲ ଟପ୍ ଏକ୍ସରସାଇଜ ଅଭ୍ୟାସ ଅନୁଷ୍ଠିତ ହୋଇଯାଇଛି।
ଆଜିର ଏହି କାର୍ଯ୍ୟକ୍ରମେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ଏସପିସି ସୁବୋଧ ନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ମୁନିଦ୍ର ହୋନନାଗା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ୱୀରାଜ ମଣ୍ଡଳ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା, ଡେପୁଟି ଏସପି ମାଧବ ନନ୍ଦ ନାୟକ, ଜିଲ୍ଲା ଅଗ୍ନିଶମ ଅଧିକାରୀ ଧୀରେନ କୁମାର ଦାସ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ବିନାୟକ ରାଉଳଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ବୈଠକରେ ବନ୍ୟା, ବାତ୍ୟା, ଭୂସ୍ଖଳନ ଏବଂ ଅନ୍ୟାନ୍ୟ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିପରି ଜନସାଧାରଣଙ୍କ ଧନ ଜୀବନର ସୁରକ୍ଷା କରାଯିବ ତାହା ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା।
Sign in
Sign in
Recover your password.
A password will be e-mailed to you.
Comments are closed.