ଭୁବନେଶ୍ବର: ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଦୂତି ଚାନ୍ଦ । ଫଳରେ ୪ ବର୍ଷ ପାଇଁ ସେ ବାସନ୍ଦ ହୋଇଛନ୍ତି । ଗତ ଜାନୁଆରୀ ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଅବଧି ଲାଗୁ ହେବ । ଏହି ତାରିଖଠୁ ବର୍ତ୍ତମାନ ମଧ୍ୟରେ ଦୂତି ଯେଉଁ ଇଭେଣ୍ଟ ଗୁଡ଼ିକରେ ଅଂଶଗ୍ରହଣ କରିଥିବେ, ତାହାର ପ୍ରଦର୍ଶନ ଗୁଡ଼ିକୁ ଅଯୋଗ୍ୟ ଘୋଷଣା କରାଯିବ ବୋଲି କହିଛି ଆଣ୍ଟି ଡୋପିଂ ଡିସିପ୍ଲିନାରି ପ୍ୟାନେଲ । ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ୍ ଆଗରେ ନିଜର ପକ୍ଷ ରଖିବାକୁ ଦୂତିଙ୍କୁ ୨୧ ଦିନ ସମୟ ଦିଆଯାଇଛି। ଏଡିଡିପି ଆଗରେ ଶୁଣାଣି ସମୟରେ ଯଦିଓ ଦୂତି ନିଷିଧ ଔଷଧ ସେବନକୁ ଅସ୍ବୀକାର କରିଥିଲେ ତଥାପି ନିଜକୁ ନିର୍ଦ୍ଦୋଷ ପ୍ରମାଣିତ କରି ପାରିନଥିଲେ । ଦୂତି ଜାତୀୟ ଆଣ୍ଟି ଡୋପିଂ ଏଜେନ୍ସିର ଧାରା ୨.୧, ୨.୨କୁ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କୁ ୪ ବର୍ଷ ବାସନ୍ଦ କରାଯାଇଛି ।
Sign in
Sign in
Recover your password.
A password will be e-mailed to you.
Comments are closed.