ଭୁବନେଶ୍ବର : ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ବବିଦ୍ୟାଳୟ (ଇଗ୍ନୋ)ରେ ଜୁଲାଇ- ୨୦୨୬ ଶିକ୍ଷାବର୍ଷ ପାଇଁ ନୂତନ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଅବଧି ବୃଦ୍ଧି କରାଯାଇଛି। ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଆସନ୍ତା ୩୧ ମଧ୍ୟରେ ନାମଲେଖାର ସୁଯୋଗ ପାଇପାରିବେ। ବିଭିନ୍ନ କାରଣରୁ ଶିକ୍ଷାରୁ ବଞ୍ଚିତ, ଅଧାରୁ ପାଠ ଛାଡ଼ିଥିବା କିମ୍ବା ଉଚ୍ଚ ଶିକ୍ଷା ପାଇବାରୁ ବଞ୍ଚିତ ହୋଇଥିବା କୌଣସି ବୟସର ବ୍ୟକ୍ତି ବିଶେଷଙ୍କ ଇଗ୍ନୋର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ (ସ୍ନାତକୋତ୍ତର) ପିଜି ଡିପ୍ଲୋମା, (ସ୍ନାତକୋତ୍ତର ଡିପ୍ଲୋମା) ଏବଂ ସାର୍ଟିଫିକେଟ୍ ପ୍ରୋଗ୍ରାମ ନାମଲେଖା ପ୍ରକ୍ରିୟା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଚଳିତ ମାସ ୩୧ ପର୍ଯ୍ୟନ୍ତ ଚାଲିବ। ଅନୁସୂଚିତ ଜାତି ଓ ଜନଜାତି ଆବେଦନକାରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜୀକରଣ ଦେୟ ୫୦% ଛାଡ଼ କରାଯାଇଛି ବୋଲି ଇଗ୍ନୋ ଭୁବନେଶ୍ବରର ବରିଷ୍ଠ ଆଞ୍ଚଳିକ ନିର୍ଦେଶକ ଡ. ମନୋଜ କୁମାର ଦାଶ ସୂଚନା ଦେଇଛନ୍ତି।
Sign in
Sign in
Recover your password.
A password will be e-mailed to you.