ଗଞ୍ଜାମ: ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅବିରତ ବର୍ଷା ଫଳରେ ଜିଲ୍ଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଥିବା ବେଳେ ସ୍ଥିତି ଅନୁଧ୍ୟାନ କରିବାକୁ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ଗଞ୍ଜାମ ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବା ସହ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି। ତାଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ରହି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଜିଲ୍ଲାରେ ଦେଖାଦେଇଥିବା ବନ୍ୟା ସ୍ଥିତି ଏବଂ ଏହାର ପ୍ରଭାବକୁ ନେଇ ପ୍ରଶାସନିକ ସ୍ତରରେ ତତ୍ପରତା ଦେଖାଦେଇଛି।