ଗଜପତି ( ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ମହେନ୍ଦ୍ର ତନୟା ନଦୀର ଜଳସ୍ତର ବୃଦ୍ଧି ପାଇଛି। ଫଳରେ ପାରଳାଖେମୁଣ୍ଡି ସହରର ମକାତୋଟାମ୍ମା ମନ୍ଦିର ଅଞ୍ଚଳରେ ବନ୍ୟାଜଳ ପ୍ରବେଶ କରିବାରୁ ସ୍ଥାନୀୟ ବାସିନ୍ଦା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି।ବନ୍ୟାଜଳ ରାସ୍ତାଘାଟରେ ପ୍ରବେଶ କରିଥିବାରୁ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଏପରିକି ନିଜ ଘରୁ ବାହାରି ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ସଂଗ୍ରହ କରିବା ମଧ୍ୟ କଷ୍ଟକର ହୋଇପଡ଼ିଛି ବୋଲି ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି।ସୂଚନା ଅନୁଯାୟୀ, ପ୍ରତିବର୍ଷ ବର୍ଷା ଋତୁରେ ଏହି ଅଞ୍ଚଳର ବାସିନ୍ଦାଙ୍କୁ ଜଳବନ୍ଦୀ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ ଲୋକେ ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଆସୁଥିଲେ ମଧ୍ୟ ଏଯାବତ୍ କୌଣସି ଠୋସ୍ ପଦକ୍ଷେପ ନିଆଯାଇନଥିବା ସେମାନେ ଅଭିଯୋଗ କରିଛନ୍ତି।ବର୍ଷା ହେଲେ ପ୍ରତିବର୍ଷ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବାରୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି। ତେଣୁ ଏହି ସମସ୍ୟାକୁ ଗୁରୁତ୍ୱର ସହ ବିଚାର କରି ଜଳ ନିଷ୍କାସନର ସୁବ୍ୟବସ୍ଥା କରିବା ସହ ସ୍ଥାୟୀ ସମାଧାନ ପାଇଁ ଜିଲ୍ଲା ପ୍ରଶାସନ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି।
Sign in
Sign in
Recover your password.
A password will be e-mailed to you.