ନୀଳମଣି ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ।

0

ଗଜପତି (ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ନାରାୟଣପୁରସ୍ଥିତ ନୀଳମଣି ଉଚ୍ଚ ବିଦ୍ୟାଳୟ ପରିସରରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଜୟନ୍ତୀ ଶବରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମହାତ୍ମାଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।ଛାତ୍ରଛାତ୍ରୀ ମାନେ ଗାନ୍ଧିଜୀଙ୍କ ସତ୍ୟ, ଅହିଂସା, ସ୍ୱଚ୍ଛତା ଓ ଦେଶପ୍ରେମର ଆଦର୍ଶ ସମ୍ପର୍କରେ ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ। ଏଥି ସହ ଶାସ୍ତ୍ରୀଜୀଙ୍କ ସରଳ ଜୀବନ, ନିଷ୍ଠା, ଦେଶସେବା ଓ ‘ଜୟ ଜବାନ, ଜୟ କିଷାନ’ ବିଷୟରେ ମଧ୍ୟ ଛାତ୍ରଛାତ୍ରୀମାନେ ଆଲୋଚନା କରିଥିଲେ।ପ୍ରଧାନଶିକ୍ଷୟିତ୍ରୀ ଜୟନ୍ତୀ ଶବର ଛାତ୍ରଛାତ୍ରୀମାନଙ୍କୁ ଏହି ମହାନ ବ୍ୟକ୍ତି ଦ୍ୱୟଙ୍କ ଆଦର୍ଶକୁ ନିଜ ଜୀବନରେ ଅନୁସରଣ କରି ସୁନାଗରିକ ହେବା ସହିତ ଦେଶମାତୃକାର ସେବାରେ ନିଜକୁ ଉତ୍ସର୍ଗୀକୃତ କରିବା ପାଇଁ ପରାମର୍ଶ ଦେଇଥିଲେ। ଉଭୟ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଆଦର୍ଶକୁ ସମସ୍ତେ ଅନୁସରଣ କରିବା ପାଇଁ ସଂକଳ୍ପ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Leave A Reply

Your email address will not be published.