ହବିଷ୍ୟାଳୀ କାର୍ଯ୍ୟରେ ଅବହେଳା କୁ ବରଦାସ୍ତ କରାଯିବ ନାହିଁ।

କୋଣାର୍କ :  ୭/୧୦ ହବିଷ୍ୟାଳୀ କାର୍ଯ୍ୟରେ ଅବହେଳା କୁ ବରଦାସ୍ତ କରାଯିବ ନାହିଁ ବୋଲି ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ସତର୍କ କରାଇ ଦେଇଛନ୍ତି। ଆଜି ଅପରାହ୍ନ ରେ ସର୍କିଟ ହାଉସ ଠାରେ ହବିଷ୍ୟାଳୀ ବ୍ରତ ପାଇଁ ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀ ଓ ନୋଡାଲ ଅଧିକାରୀ ମାନଙ୍କର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ ବର୍ମା ହବିଷ୍ୟାଳୀ ମାନେ ପ୍ରଭୁ ଙ୍କ ଶରଣରେ ରହି ଏକ ମାସ ଅତି ପବିତ୍ରତାର ସହ ରାଇଦାମୋଦର ବ୍ରତ ପାଳନ ପାଇଁ ଆସୁଛନ୍ତି। ସେମାନଙ୍କର ସେବା ଏକ ମହାନ କାର୍ଯ୍ୟ। ଏହାକୁ ନିଷ୍ଠାର ସହ ପାଳନ କରିବାକୁ ସେ ପରାମର୍ଶ ଦେଇଥିଲେ।ଯାହାକୁ ଯେଉଁ ଦାୟିତ୍ୱ ଦିଆଯାଉଛି ଶୃଙ୍ଖଳିତ ଭାବେ ତାକୁ ନିର୍ବାହ କରିବା ଓ ଏଥିରେ ଅବହେଳା ନ କରିବାକୁ ସେ ଚେତାବନୀ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ ଯେହେତୁ ଦୁଇ ବର୍ଷର କରୋନା କଟକଣା ପରେ ଚଳିତ ବର୍ଷ ହବିଷ୍ୟାଳୀ ଯୋଜନା କାର୍ଯ୍ୟକାରୀ ହେଉଛି ଓ ବୟସ୍କା ମା ମାନେ ଏହି ବ୍ରତରେ ସାମିଲ ହେଉଛନ୍ତି ତେଣୁ ପ୍ରଶାସନ ସମସ୍ତ ସୁବିଧା ସେମାନଙ୍କୁ ଯୋଗାଇ ବାକୁ ବ୍ୟବସ୍ଥା କରିଛି।

ଏହାକୁ ସମ୍ମିଳିତ ଭାବେ ସଫଳ କରିବା ବୋଲି ସେ କହିଥିଲେ। ହବିଷ୍ୟାଳୀ ମାନଙ୍କ ରହଣି ପାଇଁ ବୃନ୍ଦାବତୀ ନିବାସ, ଅକ୍ଷୟ ପାତ୍ର ଫାଉଣ୍ଡେସନ, ବଗଲା ଧର୍ମଶାଳା, ବାଗେଡିଆ ଧର୍ମଶାଳା ଓ ମୋଚିସାହି କଲ୍ୟାଣ ମଣ୍ଡପ ରେ ବ୍ୟବସ୍ଥା କରାଯାଇଛି।ସେମାନଙ୍କର ସୁରକ୍ଷିତ ରହଣି, ସୁରକ୍ଷା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ, ପ୍ରବଚନ, ଭଜନ,ପାଲା ଇତ୍ୟାଦି ବ୍ୟବସ୍ଥା, ଚିକିତ୍ସା, ପରିମଳ,ପାନୀୟ ଜଳ, ନରେନ୍ଦ୍ର ରେ ସ୍ନାନ ବ୍ୟବସ୍ଥା, ସ୍ୱଛାସେବୀ ସହଯୋଗ ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯାଇ ସମ୍ପୃକ୍ତ ବିଭାଗ, ଅଧିକାରୀ ଓ କର୍ମଚାରୀ ଙ୍କୁ ଦାୟିତ୍ୱ ଦିଆଯାଇଛି। ଏହାକୁ ସୁ ନିୟନ୍ତ୍ରିତ କରିବାକୁ ନୋଡାଲ ଅଧିକାରୀ, ବରିଷ୍ଠ ଅଧିକାରୀ ମାନଙ୍କୁ ଦାୟିତ୍ୱ ଦିଆଯାଇଛି।

ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶ୍ରୀ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଶ୍ରୀ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ପି କେ ଡି ଏ ର ସେକ୍ରେଟାରୀ ଶ୍ରୀ ଲଲାଟେନ୍ଦୁ ସାହୁ, ସି ଡି ଏମ ଓ ଡା ସୁଜାତା ମିଶ୍ର ପର୍ଯ୍ୟଟନ ଅଧିକାରୀ ଶ୍ରୀ ସରୋଜ କୁମାର ପ୍ରଧାନ,ଡେପୁଟି କଲେକ୍ଟର ଶ୍ରୀ ରାକେଶ ପଣ୍ଡା, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ।ପୂର୍ବାହ୍ନରେ ଜିଲ୍ଲାପାଳ ଙ୍କ ସମେତ ସମସ୍ତ ବରିଷ୍ଠ ଅଧିକାରୀ ଓ ନୋଡାଲ ଅଧିକାରୀ ମାନେ ସମସ୍ତ ହବିଷ୍ୟାଳୀ ରହଣି କେନ୍ଦ୍ର ପରିଦର୍ଶନ କରିଥିଲେ।

Comments are closed.