ଥାନା କ୍ୱାର୍ଟର୍ସରୁ ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: କଟକର ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ମହିଳା ଇନ୍ସପେକ୍ଟର-ଇନ୍-ଚାର୍ଜ (IIC) ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ, ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରେ ଥିବା ତାଙ୍କ ବାସଭବନରୁ ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା।ତେବେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା।ପୋଲିସ ପକ୍ଷରୁ ତଦନ୍ତ ଶେଷ ହେବା ପରେ ଘଟଣାର ପ୍ରକୃତ କାରଣ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ ବୋଲି ଆଶା କରାଯାଉଛି।

Comments are closed.