ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଦିଗରୁ ତାର ସ୍ବାଭାବିକ ଅବସ୍ଥାନକୁ ଫେରିବ ମୌସୁମୀ ନିମ୍ନ ଚାପରେଖା । ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଜିଠାରୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ମୌସୁମୀ ନିମ୍ନ ଚାପରେଖା ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ । ଆଜି ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଟିମିଟର ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଛି । ୧୬ ଏବଂ ୧୭ ତାରିଖରେ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବାଧିକ ପ୍ରଭାବ ପଡିବ ।
Sign in
Sign in
Recover your password.
A password will be e-mailed to you.
Comments are closed.