ରାୟଗଡ଼ ଠାରେ ଜିଲ୍ଲାପାଳଙ୍କର ମିଳିତ ଅଭିଯୋଗ ଶୁଣାଣି

ରାୟଗଡ଼ ୦୨/୧୧/୨୬: ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ ସଭାଗୃହରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣି ରାୟଗଡ଼ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା।

ବୈଠକରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାଜ ପ୍ରାସାଦ, ବନ ବିଭାଗର ଅଧିକାରୀ ଶ୍ରୀ ସଚିନ୍ ଆନ୍ନା ସାହେବ ଓହଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ବିଶ୍ୱମ୍ବର କୁମାର ବେହେରା, ଉପ ଜିଲ୍ଲାପାଳ ରାୟଗଡ଼ ସୁଶ୍ରୀ ମୃଣାଳିକା ରାଠୋଡ଼, ପ୍ରକଳ୍ପ ପ୍ରଶାସକ ତଥା ସମନ୍ୱିତ ଆଦିବାସୀ ଉନ୍ନୟନ ଅଧିକାରୀ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ସମସ୍ୟା ଗୁଡିକର ସମାଧାନ କରିବା ପାଇଁ ଚେଷ୍ଟା କରିଥିଲେ।

ଏଥିରେ ମୋଟ ୫୨ଟି ଅଭିଯୋଗ ପଞ୍ଜିକୃତ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ୩୯ ଏବଂ ୧୨ ଟି ସାମୁହିକ ଅଭିଯୋଗ ଶୁଣାଣି କରାଯାଇଥିଲା। ଉକ୍ତ ଅଭିଯୋଗ ଶୁଣାଣିରେ ରେଡକ୍ରୋସ ପାଣ୍ଠିରୁ ଜଣଙ୍କୁ ୫ ହଜାର ଟଙ୍କ ପ୍ରଧାନ କରାଯଇଥିବାବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା ହୋଇଥିଲା। ଅନ୍ୟ ଅଭିଯୋଗ ଗୁଡିକ ସମ୍ପୃକ୍ତ ଅଧିକାରୀମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।

Comments are closed.