ଦାୟିତ୍ୱରେ ଅବହେଳା – କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀ ନିଲମ୍ବିତ

 କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି କରାଯାଇଥିବା ଆଦେଶରୁ ଏହା ସ୍ପଷ୍ଟ ହୋଇଛି। ଦାୟିତ୍ୱରେ ଅବହେଳା ଯୋଗୁ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀ ଶୁଭଲକ୍ଷ୍ମୀ ନାୟକଙ୍କୁ ତୁରନ୍ତ ନିଲମ୍ବିତ କରାଯାଇଛି ଏବଂ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ଆଦେଶ ବଳବତ୍ତର ରହିବ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି।

ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ାର ଜିଲ୍ଲା ଶିକ୍ଷାଧିକାରୀ ଶୁଭଲକ୍ଷ୍ମୀ ନାୟକଙ୍କ ବିରୋଧରେ ଓସିଏସ୍ ନିୟମ, ୧୯୬୨ର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ମାମଲା ବିଚାରାଧୀନ ରହିଛି। ନିଲମ୍ବନ ପରେ ଶ୍ରୀମତୀ ନାୟକଙ୍କୁ ଓଡ଼ିଶା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ ଶ୍ରୀମତୀ ନାୟକ ମୁଖ୍ୟାଳୟ ଛାଡ଼ିବେ ନାହିଁ।

Comments are closed.