ଭୁବନେଶ୍ଵର : ଭିଜିଲାନ୍ସ ଜାଲରେ ଫସିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ୍ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଭିଜିଲାନ୍ସ ଚଢ଼ାଉ କରିଛି। ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ। ୭ଜଣ ଡିଏସ୍ ପି, ୯ ଜଣ ଇନ୍ସପେକ୍ଟର, ୧୧ ଜଣ ଏଏସଆଇ ସମେତ ଅନ୍ୟ କର୍ମଚାରୀ ଚଢ଼ାଉରେ ସାମିଲ ହୋଇଛନ୍ତି । ଜୟପୁର ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତିଙ୍କ ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଏକାସାଙ୍ଗରେ ୭ଟି ସ୍ଥାନରେ ଖୋଳତାଡ଼ ଚାଲିଛି । ଜୟପୁରର ପରାବେଡ଼ା ଅଞ୍ଚଳରେ ଥିବା ତାଙ୍କ ଭଡ଼ା ଘର, ଖୋର୍ଦ୍ଧା ଜିଲ୍ଲା ଜଟଣୀର ହାଇଟେକ୍ ପ୍ଲାଜାରେ ଥିବା ଫ୍ଲାଟ, କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଥାନା ଅନ୍ତର୍ଗତ ଜାହାଙ୍ଗର ଗ୍ରାମରେ ଥିବା ପୈତୃକ ବାସଭବନ, କୋଟପାଡ଼ରେ ଥିବା ସରକାରୀ କ୍ୱାର୍ଟର, କାର୍ଯ୍ୟାଳୟ କକ୍ଷ ଏବଂ ବୋରିଗୁମ୍ମା ତହସିଲ ଅନ୍ତର୍ଗତ ତାରାଗାଁ ମୌଜାରେ ଥିବା ଦୁଇଟି ଫାର୍ମରେ ରେଡ୍ ଚାଲିଛି। ବର୍ତ୍ତମାନ ସୁଦ୍ଧା ନଗଦ ୫ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ ହୋଇଛି।
Sign in
Sign in
Recover your password.
A password will be e-mailed to you.
Comments are closed.