ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

ଭୁବନେଶ୍ଵର : ଗଜପତି ଜିଲ୍ଲା ପାରଳାଖେମୁଣ୍ଡିସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନଠାରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗଦେଇଛନ୍ତି। ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଅନ୍ତର୍ଗତ ଜିଲ୍ଲାର ପ୍ରତ୍ୟେକ ବ୍ଲକରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କୃତୀ ବ୍ୟକ୍ତିବିଶେଷଙ୍କୁ ମନ୍ତ୍ରୀ ପ୍ରଶଂସାପତ୍ର ପ୍ରଦାନ କରିଛନ୍ତି।

ଏହି ଅବସରରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ, ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ ଏବଂ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।

Comments are closed.