ଭୁବନେଶ୍ୱର :ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ କ୍ଷେତ୍ର। ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳର ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏହା ସକ୍ରିୟ ହୋଇଛି।
ଆଗାମୀ ୨ ଦିନ ଯାଏଁ ଏହା ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ସେହିପରି ଗତ କାଲିଠାରୁ ରାଜ୍ୟରେ ଅନେକ ଜିଲ୍ଲାରେ ବର୍ଷା ଲାଗି ରହିଛି। ଜଗତସିଂହପୁରରେ ଭୀଷଣରୁ ଅତି ଭୀଷଣ ବର୍ଷା ସତର୍କତା ଜାରି କରାଯାଇଛି। ୯ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
Comments are closed.