ଭୁବନେଶ୍ୱର : ସପ୍ତାହର ଶେଷ ବା ମେ’ ମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ଦକ୍ଷିଣପ ଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ହେଉଛି। ତେଣୁ ଏଥର ସ୍ୱାଭାବିକ ସମୟ ମଧ୍ୟରେ ଆସିବ ମୌସୁମୀ। ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି।
ବର୍ତ୍ତମାନ ରାଜ୍ୟରେ ବାତ୍ୟା ଆଶଙ୍କା ନଥିବା ବେଳେ କାଳବୈଶାଖୀଜନିତ ବର୍ଷା ଲାଗି ରହିବ। ଆସନ୍ତା ୬ରୁ ୭ ଦିନ ମଧ୍ୟରେ ତାତି ବୃଦ୍ଧି ପାଇବ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ତେଣୁ ଏଥର ଠିକ ସମୟରେ ଛୁଇଁପାରେ ମୌସୁମୀ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ଘନୀଭୂତ ହୋଇ ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। କିନ୍ତୁ ଲଘୁଚାପର କୌଣସି ପ୍ରଭାବ ଓଡିଶା ଉପରେ ନାହିଁ।
ବିଜୁଳି ଘଡଘଡ଼ି ସହ ୩୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ନେଇ ୨୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ୧୩ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଓ ୩୦ରୁ ୫୦ କିମି ବେଗରେ ପବନ ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି ରହିଛି। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଉତ୍ତର ଓଡିଶାରେ କିଛି କିଛି ଅଂଚଳରେ କାଳବୈଶାଖୀ ରହିବ। ୧୮ରୁ ରାଜ୍ୟରେ ପାରଦ ପୁଣି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
Comments are closed.