ଗଜପତି,30.10(ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଗଜପତି ଜିଲ୍ଲାରେ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁଁ ପ୍ରଭାବିତ ଅଞ୍ଚଳଗୁଡ଼ିକର ସ୍ଥିତି ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଅନୁଧ୍ୟାନ କରିଛନ୍ତି। ସେ ଆଜି ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ଗଣ୍ଡାହାତୀ ଗ୍ରାମ ପଞ୍ଚାୟତର ସିଙ୍ଗିପୁର ଗ୍ରାମ ପରିଦର୍ଶନ କରିଥିଲେ। ସେଠାରେ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବା ସହ ଅସ୍ଥାୟୀ ଆଶ୍ରୟସ୍ଥଳୀରେ ରହୁଥିବା ବିପନ୍ନ ଲୋକଙ୍କ ସହ ଆଲୋଚନା କରିଥିଲେ।ଏହି ସମୟରେ ଆଶ୍ରୟସ୍ଥଳୀରେ ରହୁଥିବା ଲୋକମାନଙ୍କ ସୁବିଧା, ଖାଦ୍ୟପେୟ ଓ ଆବଶ୍ୟକୀୟ ସହାୟତା ସମ୍ପର୍କରେ ମଧ୍ୟ ଅବଗତ ହୋଇଥିଲେ। ବିପନ୍ନ ପରିବାରଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବା ଏବଂ ସେମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ। ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ବ୍ଳକ ନୋଡାଲ ଅଧିକାରୀ ତଥା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅଂଶୁମାନ ମହାପାତ୍ର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.