ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ ନେତାଜୀଙ୍କ ଜୀବନୀ ସମ୍ପର୍କିତ ଏକ ପୁସ୍ତିକା ଉନ୍ମୋଚିତ

ଭୁବନେଶ୍ଵର : ଭାରତର ସ୍ୱାଧୀନତା ସଂଗ୍ରାମରେ ଯେଉଁ ମହାନ୍ ବିପ୍ଳବୀମାନେ ନେତୃତ୍ୱ ନେଇ ସଂଗ୍ରାମ ରଥର ସାରଥି ସାଜିଥିଲେ, ସେମାନଙ୍କ ମଧ୍ୟରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଥିଲେ ଅଗ୍ରଗଣ୍ୟ। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଥିଲେ ବିଦ୍ରୋହର କର୍ଣ୍ଣଧାର, ସମାଜ ସଂସ୍କାରକ, ଦୟାର ଅବତାର ଏବଂ ଭାରତବର୍ଷର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଜଣେ ଶ୍ରେଷ୍ଠ ବୀର ବିପ୍ଳବୀ ଯୁଗପୁରୁଷ। ଏହି ବିପ୍ଳବୀ ଯୋଗଜନ୍ମା ଯୁଗପୁରୁଷଙ୍କ ଉଦ୍ଦେଶ୍ୟରେ ଶାନ୍ତିନିକେତନଠାରେ ବିଶ୍ୱକବି ରବୀନ୍ଦ୍ରନାଥ ଠାକୁର ୧୯୩୭ ମସିହାରେ ସମ୍ବର୍ଦ୍ଧିତ କରି କହିଥିଲେ-‘ମୁଁ ବଙ୍ଗଳାର କବି ହୋଇ ତୁମକୁ ଦେଶନାୟକ ପଦରେ ବରଣ କରୁଛି।’

ମହାନ୍ ବୀର ପୁରୁଷ ଓ ଭାରତର ସର୍ବଶ୍ରେଷ୍ଠ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ୧୮୦୯ ମସିହା ଜାନୁଆରୀ ମାସ ୨୩ ତାରିଖ ଦିନ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ୍ ରାଜପରିବାରରେ ଜନ୍ମଗ୍ରହଣ କରିଥିଲେ। ପଶ୍ଚିମ ଓଡ଼ିଶାରେ ୧୮୨୭ ମସିହାରେ ବୀର ସୁରେନ୍ଦ୍ର ସାଏ ସ୍ୱାଧୀନତା ସଂଗ୍ରାମର ଅଗ୍ନିଶିଖାକୁ ପ୍ରଜ୍ୱଳିତ କରି ଇଂରେଜମାନଙ୍କ ବିରୁଦ୍ଧରେ ବିଦ୍ରୋହ କରିଥିଲେ। ତାଙ୍କର ପ୍ରଧାନ ଲକ୍ଷ୍ୟ ଥିଲା ସମ୍ବଲପୁର ମାଟିରୁ ବି୍ରଟିଶ ଶାସନ ଲୋପ କରିବା। ପରବର୍ତ୍ତୀ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା। ସୁରେନ୍ଦ୍ର ସାଏଙ୍କ କୌଶଳପୂର୍ଣ୍ଣ ଗରିଲା ଯୁଦ୍ଧ, ରଣସଜ୍ଜା, ଦୃଢ଼ ମନୋବଳ, ଅସୀମ ଧୈର୍ଯ୍ୟ ଓ ସାହସ ନିକଟରେ ଇଂରେଜମାନେ ହାର ମାନିଥିଲେ। ଓଡ଼ିଶାର ଏହି ବରପୁତ୍ର, ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ବିପ୍ଳବର ଜୟଗାଥା ଓଡ଼ିଶା ଇତିହାସରେ ଚିରଦିନ ପାଇଁ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ପୃଷ୍ଠା ମଣ୍ଡିତ କରୁଥିବ।

Comments are closed.