ଭୁବନେଶ୍ବର: ରାଜ୍ୟ ସରକାର ବିଭିନ୍ନ ନିଗମ, ବୋର୍ଡ ଓ ସରକାରୀ ବିଭାଗରେ ନେତାଙ୍କୁ ନିଯୁକ୍ତି ଦେଇଛନ୍ତି। ନିଗମ ଓ ବୋର୍ଡ ପାଇଁ ଅଧ୍ୟକ୍ଷ ଓ ପରାମର୍ଶଦାତା ନିଯୁକ୍ତି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଛି। କଳିକେଶ ସିଂହଦେଓଙ୍କୁ ଓଡ଼ିଶା ଷ୍ଟେଟ ହାଉସିଂ ବୋର୍ଡରେ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଲେନିନ ମହାନ୍ତିଙ୍କୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)ର ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରଯାଇଥିବା ବେଳେ ବିଜୟ ନାୟକଙ୍କୁ ଓଡ଼ିଶା ବିହନ ନିଗମରେ ଅଧ୍ୟକ୍ଷ କରାଯାଇଛି।ସେହିପରି ପ୍ରଭାତ ଆଦିତ୍ୟ ମିଶ୍ରଙ୍କୁ ଏପିକଲ, ଡି ବିଶ୍ବନାଥଙ୍କୁ ଓଆରଏଚ୍ଡିସି, ଅମରେଶ ପତ୍ରିଙ୍କୁ ଉଠାଜଳ ସେଚନ, ଦେବାଶିଷ ମହାନ୍ତିଭ୍କୁ ଆଗ୍ରୋ ଇଣ୍ଡଷ୍ଟ୍ରି, ସତ୍ୟବ୍ରତ ତ୍ରିପାଠୀଙ୍କୁ ଓଏଫ୍ଡିସି, ଶ୍ରୀମୟୀ ମିଶ୍ରଙ୍କୁ ଓଡ଼ିଶା ଷ୍ଟେଟ ବିଲ୍ଡିଂ ଆଣ୍ଡ ଆଣ୍ଡ କନଷ୍ଟ୍ରକସନ ୱାର୍କରର୍ସ, ଚିନ୍ମୟ କାନନୁଗୋଙ୍କୁ ଓଡ଼ିଶା ସ୍ମଲ ଇଣ୍ଡଷ୍ଟ୍ରି କର୍ପୋରେସନ, ମିନତୀ ବେହେରାଙ୍କୁ ଓଡ଼ିଶା ମହିଳା କମିସନ, ସଂଗ୍ରାମ ପାଇକରାୟଙ୍କୁ ଓଡ଼ିଶା ଖଦୀ ଓ ଗ୍ରାମଦ୍ୟୋଗରେ ଏବଂ ଓଡ଼ିଶା ରାଜ୍ୟ ଯୁବ କଲ୍ୟାଣ ବୋର୍ଡରେ ଅଧ୍ୟକ୍ଷ ପଦରେ ନିଯୁକ୍ତି ମିଳିଛି। ସୁରେନ୍ଦ୍ର ପ୍ରଧାନଙ୍କୁ ଓଡ଼ିଶା ଷ୍ଟେଟ ଏଗ୍ରିକଲଚର ମାର୍କେଟିଂ ବୋର୍ଡରେ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଥିବା ବେଳେ ସନ୍ତୋଷ ବେଜ୍ଙ୍କୁ ଓଡ଼ିଶା ଏଗ୍ରୋ ଇଣ୍ଡଷ୍ଟ୍ରିଜ୍ କର୍ପୋରେସନରେ ଉପାଧ୍ୟକ୍ଷ ଭାବେ ଅବସ୍ଥାପିତ କରାଯାଇଛି।
Sign in
Sign in
Recover your password.
A password will be e-mailed to you.
Comments are closed.