ନିର୍ବାଚନ ପରିଚାଳନାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ – ମୁଖ୍ୟ ନିର୍ବାଚନ କମିଶନର

ଡେସ୍କ: ଭାରତର ନିର୍ବାଚନ ଆୟୋଗଙ୍କ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆଜି ଓଡ଼ିଶା ଗସ୍ତର ପ୍ରଥମ ଦିନରେ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲା ନିର୍ବାଚନ ଅଧିକାରୀ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ କରିଥିଲେ। ପ୍ରାରମ୍ଭରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଗାମୀ ଦିନରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ସଂପର୍କରେ ଆୟୋଗଙ୍କୁ ଅବଗତ କରାଇଥିଲେ। ମୁଖ୍ୟ ନିର୍ବାଚନ କମିଶନର ଜିଲ୍ଲା ନିର୍ବାଚନ ଅଧିକାରୀ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକମାନଙ୍କ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ଜିଲ୍ଲାୱାରୀ ସମୀକ୍ଷା କରିଥିଲେ। ୨୦୨୪ ସାଧାରଣ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ଉପରେ ସର୍ବାଧିକ ଗୁରୁତ୍ୱ ଦେବାକୁ ମୁଖ୍ୟ ନିର୍ବାଚନ କମିଶନର ସଂପୃକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ କୁମାର ସ୍ଵୀକୃତିପ୍ରାପ୍ତ ଜାତୀୟ, ରାଜ୍ୟ ଓ ଆଞ୍ଚଳିକ ରାଜନୈତିକ ଦଳର କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ରାଜ୍ୟରେ ହେବାକୁ ଥିବା ସାଧାରଣ ନିର୍ବାଚନ ଯେପରି ଅବାଧ, ମୁକ୍ତ, ସ୍ୱଚ୍ଛ ଓ ଶାନ୍ତିପୂର୍ଣ୍ଣ ଭାବେ ପରିଚାଳନା କରାଯାଇପାରିବ, ସେଠି ନିମନ୍ତେ ସମସ୍ତ ରାଜନୈତିକ ଦଳମାନଙ୍କର ସହଯୋଗ ଏକାନ୍ତ କାମ୍ୟ ବୋଲି କହିଥିଲେ।

Comments are closed.