ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୧୬ରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି |୧୬ ତାରିଖରେ ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଏବଂ ୧୭ ତାରିଖରେ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମଧ୍ୟ ଯୋଗ ଦେବେ |ଏହି ଦୁଇ ଦିନିଆ ଗସ୍ତ ସମୟରେ ପୁରୀ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି | ସେହିପରି ଅର୍ଥ ମନ୍ତ୍ରୀ କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ତଥା ପୂର୍ବତନ ବିଧାୟିକା ଦିବଂଗତ ନିବେଦିତା ପ୍ରଧାନଙ୍କର ସ୍ମୃତି ଉଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭାରେ ମଧ୍ୟ ଯୋଗ ଦେବେ |

Comments are closed.