ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍। ନୂଆ ହିତାଧିକାରୀଙ୍କୁ ମିଳିବି ପ୍ରଥମ କିସ୍ତି। ଆସନ୍ତା ୧୮ ତାରିଖ ସୁଦ୍ଧା ବ୍ୟାଙ୍କ ଖାତାକୁ ଯିବ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଜାନୁଆରୀ ୧୮ ତାରିଖ ସୁଦ୍ଧା ସାଢେ ୪ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ବକେୟା ସୁଭଦ୍ରା ସହାୟତା ପ୍ରଦାନ କରାଯିବ। ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି । ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ବି ଏକା ବେଳକେ ପାଇବେ ଦୁଇଟି କିସ୍ତି । ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି । ୨୫୦ କୋଟି ଟଙ୍କାର ସହାୟତା ରାଶି ହିତାଧିକାରୀଙ୍କ ଖାତାକୁ ଯିବ ।
ସେହିଭଳି ଆସନ୍ତା ଅନ୍ତର୍ଜାତୀୟ ମହିଳା ଦିବସ ମାର୍ଚ୍ଚ ୮ରେ ଚତୁର୍ଥ କିସ୍ତି ପ୍ରଦାନ କରାଯିବ ।
Comments are closed.