ନୟାଗଡ଼ (୩୦/୦୧): ଓଡ଼ଗାଁ ଶିକ୍ଷାମଣ୍ଡଳ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ପୁଷ୍ପଲତା ସାହୁଙ୍କ ସଭାପତିତ୍ୱରେ ଉକ୍ତ ଉତ୍ସବରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଓଡ଼ଗାଁର କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଂଜନ ବେହେରା ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବାବେଳେ ଅତିରିକ୍ତ ମଣ୍ଡଳ ଶିକ୍ଷାଧିକାରୀ ରାଜକିଶୋର ସାହୁ ସ୍ୱତନ୍ତ୍ର ଅତିଥି ଭାବେ ଏବଂ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ପ୍ରଭାତି ପଟ୍ଟନାୟକ, ଅବସରପ୍ରାପ୍ତ ଶିକ୍ଷକ ପଞ୍ଚାନନ ପଣ୍ଡା, ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୌଦାମିନୀ ମହାପାତ୍ର,ମଶାବାରୀ କ୍ଲଷ୍ଟର୍ ସିଆରସିସି ଯଶୋବନ୍ତ ପଟ୍ଟନାୟକ ଏବଂ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଞ୍ଜନ କୁମାର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବାର୍ଷିକ ଉତ୍ସବର ମହତ୍ତ୍ଵ ଏବଂ ଛାତ୍ରଛାତ୍ରୀମାନଙ୍କ ଅନ୍ତର୍ନିହିତ ଗୁଣାବଳିର ବିକାଶ କିପରି ହୋଇପାରିବ ସେ ସମ୍ପର୍କରେ ମତବ୍ୟକ୍ତ କରିଥିଲେ।ସିଆରସିସି ନରେଶ ପାଣିଗ୍ରାହୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।ବିଭିନ୍ନ ପ୍ରତିଯୋଗିତାରେ କୄତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ସମାଜସେବିକା ଭକ୍ତି ମହାପାତ୍ର ଅଚ୍ୟୁତାନନ୍ଦ ମେମୋରିଆଲ୍ ଓ ସତ୍ୟଭାମା ମେମୋରିଆଲ୍ ପକ୍ଷରୁ ପଚିଶି ହଜାର ଟଙ୍କା ଆର୍ଥିକ ପୁରସ୍କାର ପ୍ରଦାନ କରିଥିଲେ।ପରିଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଉକ୍ତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।ରିପୋର୍ଟ-ସନାତନ ମହାକୁଡ଼।
Sign in
Sign in
Recover your password.
A password will be e-mailed to you.
Comments are closed.