ଆଇଏଏସ୍ ଅଧିକାରୀସ୍ତରରେ ଅଦଳବଦଳ

ଭୁବନେଶ୍ବର : ରାଜ୍ୟ ସରକାର ଗୁରୁବାର ଆଇଏଏସ୍ ଅଧିକାରୀସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗର ନିର୍ଦେଶନାମା ଅନୁଯାୟୀ, ଅତିରିକ୍ତ ସ୍ବତନ୍ତ୍ର ରିଲିଫ୍ ଆୟୁକ୍ତ ମନୀଷ କୁମାର ଅଗ୍ରୱାଲଙ୍କୁ ଓଡ଼ିଶା ସମବାୟ ସମିତି ସମୂହର ନିବନ୍ଧକ ଭାବେ ନିଯୁକ୍ତ କରାଯାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ସଚିବ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ପରିଚାଳନା ନିର୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ଶ୍ରୀ ପ୍ରଧାନଙ୍କୁ ଷ୍ଟାର୍ଟଅପ୍ ଓଡ଼ିଶାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିିତ୍ବ ପ୍ରଦାନ କରାଯାଇଛି।

ଓଡ଼ିଶା ସମବାୟ ସମିତି ସମୂହ ନିବନ୍ଧକ ସିଦ୍ଧାର୍ଥ ଦାସଙ୍କୁ ମତ୍ସ୍ୟ ନିର୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ସଚିବ ମଧୁସ୍ମିତା ସାହୁଙ୍କୁ ଶିକ୍ଷକ ଶିକ୍ଷା ଏବଂ ରାଜ୍ୟ ଶିକ୍ଷା ଅନୁସନ୍ଧାନ ଏବଂ ତାଲିମ ପରିଷଦ ନିର୍ଦେଶକ ଭାବେ ଦାୟିତ୍ବ ଦିଆଯାଇଛି। ଶ୍ରୀମତୀ ସାହୁଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ବନ୍ଦୋବସ୍ତ ଏବଂ ଚକବନ୍ଦୀ ଅତିରିକ୍ତ ଆୟୁକ୍ତ ଉପମା କାଲୋଙ୍କୁ ଉତ୍ତରାଞ୍ଚଳ ରାଜସ୍ବ ମଣ୍ଡଳ ଆୟୁକ୍ତଙ୍କ ସଚିବଭା‌େ‌ବ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଏଥିସହ ଆଇଏଏସ୍ ଲିଲି କୁମାରୀ କୁଲୁଙ୍କୁ ସରକାରୀ ଉଦ୍ୟୋଗ ବିଭାଗର ଅତିରିକ୍ତ ସଚିବ, ମାଲକାନଗିରି ଜିଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ବୟନ ଏବଂ ହସ୍ତତନ୍ତ ନିର୍ଦେଶକ, ବ୍ରହ୍ମପୁର ମହାନଗର ନିଗମ ଆୟୁକ୍ତ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କୁ ମାଲକାନଗିରି ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗର ଅନ୍ୟ ଏକ ନିର୍ଦେଶନାମା ଅନୁଯାୟୀ, ଜୟପୁର ଉପଜିଲାପାଳ ଅକବରମ୍ ସସ୍ୟ ରେଡ୍ଡୀଙ୍କୁ ବ୍ରହ୍ମପୁର ମହାନଗର ନିଗମ ଆୟୁକ୍ତ ରୂପେ ନିଯୁକ୍ତି ମିଳିଛି। ଶ୍ରୀମତୀ ରେଡ୍ଡୀଙ୍କୁ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷର ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି। ବଣେଇ ଉପ ଜିଲାପାଳ ଅକ୍ଷୟ ପିଲ୍ଲେଙ୍କୁ ପାରାଦ୍ବୀପ ଅତିରିକ୍ତ ଜିଲାପାଳ ଭାବେ ଦାୟିତ୍ବ ଦିଆଯାଇଛି। ପଦମପୁର ଉପ ଜିଲାପାଳ ଅରୁଗୁଲା ସ୍ନେହାଙ୍କୁ ମୟୂରଭଞ୍ଜ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ତାଳଚେର ଉପ ଜିଲାପାଳ ସମୀର କୁମାର ଜେନାଙ୍କୁ ଗଞ୍ଜାମ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ରାଇରଙ୍ଗପୁର ଉପ ଜିଲାପାଳ ସୌମ୍ୟରଞ୍ଜନ ପ୍ରଧାନଙ୍କୁ କଳାହାଣ୍ଡି ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ବ ଦିଆଯାଇଛି।

Comments are closed.