ମେ ୨୯ରେ ଓଟିଇଟି: ୨୬ରୁ ଆବେଦନ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଆସନ୍ତା ମେ ୨୯ରେ ଅନୁଷ୍ଠିତ ହେବ। ବୋର୍ଡ ପକ୍ଷରୁ ଦୁଇଟି ସିଟିଂରେ ପରୀକ୍ଷା କରାଯିବ। ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପେପର-୧ ଏବଂ ଅପରାହ୍ଣ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ପେପର-୨ରେ ଆଶାୟୀମାନେ ପରୀକ୍ଷା ଦେବେ। ଏଥିପାଇଁ ଆସନ୍ତା ୨୬ ତାରିଖ ଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଏପ୍ରିଲ ୯ ପର୍ଯ୍ୟନ୍ତ ଚାଲିବ। ମେ ୧୫ରେ ବୋର୍ଡ ୱେବସାଇଟ୍‌ରେ ଆଡମିଟ୍ କାର୍ଡ ଉପଲବ୍ଧ ହେବ ବୋଲି ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି।

Comments are closed.