ପଦ୍ମପୁର: ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ ବିଜୟରଂଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା।
ଉତ୍ତମ ଚିକିତ୍ସା ନିମନ୍ତେ ଅନ୍ୟ କୌଣସି ବଡ଼ ଡାକ୍ତରଖାନାକୁ ନେବା ପାଇଁ ଚିନ୍ତା କରାଯାଉଥିବା ବେଳେ ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ତାଙ୍କର ଦେହାନ୍ତ ହୋଇଥିଲା। ତାଙ୍କ ବିୟୋଗରେ ପଦ୍ମପୁରରେ ଶୋକର ଛାୟା ଖେଳିଯାଇଛି।
ସ୍ୱର୍ଗତଃ ବରିହା ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟରେ ଏହି ଆସନରୁ ବିଧାନସଭାକୁ ପ୍ରଥମ ଥର ନିର୍ବାଚିତ ହୋଇଥିଲେ। ଏହା ପରେ ସେ ୨୦୦୦ ଏବଂ ୨୦୦୯ରେ ବିଜେଡି ପ୍ରାର୍ଥୀ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ତେବେ ୨୦୧୪ ବିଧାନସଭା ନିର୍ବାଚନରେ ତାଙ୍କୁ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ପରାଜୟ ବରଣ କରିବାକୁ ପଡ଼ିଥିଲା। ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ପୁଣି ପଦ୍ମପୁର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
Comments are closed.