ଛାତ୍ର ସଂସଦ ନିର୍ବାଚନ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଲା ପ୍ରସ୍ତୁତି ବୈଠକ

0
ଭୁବନେଶ୍ୱର, ୬ ଅକ୍ଟୋବର(କୃଷ୍ଣ କୁମାର ମହାନ୍ତି): ଉତ୍କଳ ବିଶ୍ୱବିଦ୍ୟାଳୟରେ ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ପରିବେଶ ମଧ୍ୟରେ ସୁଚାରୁ ଭାବେ ପରିଚାଳନା କରିବା ନେଇ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
କୁଳପତି ପ୍ରଫେସର ଚଣ୍ଡୀ ପ୍ରସାଦ ନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ପିଜି କାଉନସିଲ୍‌ ଅଧ୍ୟକ୍ଷ, ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର, ବରିଷ୍ଠ ଅଧ୍ୟାପକ-ଅଧ୍ୟାପିକା ଏବଂ ସୁରକ୍ଷା ଅଧିକାରୀମାନେ ଯୋଗଦେଇଥିଲେ।
ବୈଠକରେ ନିର୍ବାଚନ ସମୟରେ କ୍ୟାମ୍ପସରେ ଶାନ୍ତି, ନିରାପତ୍ତା ଓ ଶୃଙ୍ଖଳା ବଜାୟ ରଖିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏଥିସହ ସମଗ୍ର ନିର୍ବାଚନ ପ୍ରକ୍ରିୟାକୁ ସୁଚାରୁ, ନିରପେକ୍ଷ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଓ ରଣନୀତି ନେଇ ବିସ୍ତୃତ ଆଲୋଚନା ହୋଇଥିଲା।
ନିର୍ବାଚନକୁ କେନ୍ଦ୍ର କରି କ୍ୟାମ୍ପସରେ କୌଣସି ପ୍ରକାରର ଅଶାନ୍ତି କିମ୍ବା ଅପ୍ରୀତିକର ପରିସ୍ଥିତି ଯେପରି ସୃଷ୍ଟି ନ ହୁଏ, ସେଥିପାଇଁ ପ୍ରଶାସନିକ ଓ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା।
Leave A Reply

Your email address will not be published.