*ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ।

0

ଗଜପତି,୧୫.୮(ମନୋଜ ପାଢ଼ୀ):– ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ, ଓଡ଼ିଶାଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।
ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମନ୍ତ୍ରୀ ଗଜପତି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣମୂଳକ ଓ ବିକାଶମୂଳକ ଯୋଜନା ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଅବଗତ କରାଇଥିଲେ।ଏହି ଅବସରରେ ସୁଭଦ୍ରା ଯୋଜନା, ଲକ୍ଷପତି ଦିଦି, ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଆୟୁଷ୍ମାନ ଭାରତ–ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା, ସାମାଜିକ ସୁରକ୍ଷା ଯୋଜନା, ଜାତୀୟ ସାମାଜିକ ସହାୟତା ଯୋଜନା, ଜାତୀୟ ପାରିବାରିକ ସହାୟତା ଯୋଜନା, ବିବାହ ପ୍ରୋତ୍ସାହନ ରାଶି, ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା, ସୁମଙ୍ଗଲ, ବିକଶିତ ଗାଁ–ବିକଶିତ ଓଡ଼ିଶା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଅନ୍ତୋଦୟ ଗୃହ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା, ମୁଖ୍ୟମନ୍ତ୍ରୀ କିଶାନ ଯୋଜନା ଓ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଆଦି ସମ୍ପର୍କରେ ସେ ସୂଚନା ପ୍ରଦାନ କରିଥିଲେ।
ମାନ୍ୟବର ମନ୍ତ୍ରୀ ଜିଲ୍ଲାରେ ଏହିସବୁ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ମାଧ୍ୟମରେ ଯୋଗ୍ୟ ହିତାଧିକାରୀମାନେ ଯେପରି ସରକାରୀ ସୁବିଧା ଓ ସହାୟତା ପାଇପାରିବେ, ସେଥିପାଇଁ ବିଭାଗୀୟ ଅଧିକାରୀମାନେ ଗୁରୁତ୍ୱ ଦେଇ କାର୍ଯ୍ୟ କରୁଥିବା ସମ୍ପର୍କରେ ମଧ୍ୟ ଅବଗତ କରାଇଥିଲେ।ସେହିପରି ବିକାଶିତ ଭାରତ ୨୦୪୭ ପାଇଁ ବିକଶିତ ସମୃଦ୍ଧ ଓଡ଼ିଶା ୨୦୩୬ ସମସ୍ତ କ୍ଷେତ୍ରରେ ଉନ୍ନତ ହେବାର ଲକ୍ଷ୍ୟ ରହିଛି। ସେହିପରି ମତ୍ସ ଓ ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଓ ନୀଳ ବିପ୍ଳବ ଯୋଜନା, ରାଷ୍ଟ୍ରୀୟ ଗୋକୁଳ ମିଶନ, ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା, ସାମୁଦ୍ରିକ ଖାଦ୍ୟ ରପ୍ତାନି,ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ବିଷୟରେ ମଧ୍ୟ ଅବଗତ କରାଇଥିଲେ। ସେହିପରି ରାଜ୍ୟସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ମଧ୍ୟ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି।ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପ୍ରହଲ୍ଲାଦ ସହାୟ ମୀନା, ବନଖଣ୍ଡ ଅଧିକାରୀ, ପାରଳାଖେମୁଣ୍ଡି ଶ୍ରୀଯୁକ୍ତ କେ. ନାଗାରାଜୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ଦୟାମୟ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.