ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, PMOରୁ ମିଳିଛି ଗ୍ରୀନ ସିଗନାଲ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବ ପାଳନରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଏହି ଅନୁରୋଧ ରକ୍ଷା କରିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ଭୁବନେଶ୍ଵର : ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶାରେ ବିଜେପି ସରକାରର ୨ ବର୍ଷ ପୂର୍ତ୍ତି ପାଳନ ଅବସରରେ ଓଡ଼ିଶା ଆସିବେ ମୋଦି। ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ PMO ପକ୍ଷରୁ ଗ୍ରୀନ ସିଗନାଲ ମିଳିଛି। ଆଜି ଭୁବନେଶ୍ବରରେ ଏବିଭିପିର ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବ ପାଳନରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଏହି ଅନୁରୋଧ ରକ୍ଷା କରିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Comments are closed.