ପୂର୍ବତନ ବିଧାୟିକାଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଉଦ୍ୟମିତା ମନ୍ତୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଶୋକ

0

ନିଉ ଦିଲ୍ଲୀ :  କେନ୍ଦ୍ର ମନ୍ତ୍ରୀ ଶ୍ରୀ ଯୁକ୍ତ ପ୍ରଧାନ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ x ରେ ପୋଷ୍ଟ କରି କହିଛନ୍ତି ଯେ  ସମ୍ବଲପୁରର ପୂର୍ବତନ ବିଧାୟିକା, ସମାଜସେବୀ ତଥା ବରିଷ୍ଠ ଚିକିତ୍ସକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଡାକ୍ତର ପାଣିଗ୍ରାହୀ କେବଳ ଜଣେ ଜନପ୍ରତିନିଧି ନଥିଲେ, ବରଂ ଜଣେ ସେବାଭିମୁଖୀ ବ୍ୟକ୍ତିତ୍ୱ ଭାବେ ସମ୍ବଲପୁରର ଘରେ ଘରେ ସୁପରିଚିତ ଥିଲେ । ଜଣେ ଦକ୍ଷ ଡାକ୍ତର ଭାବେ ଦୀର୍ଘ ବର୍ଷ ଧରି ସାଧାରଣ ଲୋକଙ୍କ ସେବା କରି ଆସିଥିଲେ । ସମ୍ବଲପୁର ବିଧାୟିକା ଭାବେ ସେ ଅଞ୍ଚଳର ବିକାଶ ପାଇଁ ସର୍ବଦା ଚେଷ୍ଟା କରୁଥିଲେ । ଶିକ୍ଷା ଏବଂ ନାରୀ ସଶକ୍ତିକରଣ କ୍ଷେତ୍ରରେ ତାଙ୍କର କାର୍ଯ୍ୟ ଚିର ସ୍ମରଣୀୟ ହୋଇ ରହିବ । ତାଙ୍କର ବିୟୋଗ ଓଡ଼ିଶାର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।

Leave A Reply

Your email address will not be published.