ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବ‌ନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଏବେ ନିୟନ୍ତ୍ରଣରେ ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ରହିଛି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୩ ଜଣ। ସଂଗରୋଧ କେନ୍ଦ୍ରରୁ ୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୩୩ ଜଣ।

ଅନୁଗୁଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୦ ଜଣ, ବରଗଡ଼ରୁ ୨ ଜଣ, କଟକରୁ ୨ ଜଣ, ଗଞ୍ଜାମରୁ ଜଣେ, ଜଗତ୍‌ସିଂହପୁରରୁ ୩ ଜଣ, ଯାଯପୁରରୁ ୨ ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦୁଝରରୁ ଜ‌ଣେ, ଖୋର୍ଦ୍ଧାରୁ ୧୩ ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ୪ ଜଣ, ସମ୍ବଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୩ ଜଣ ଚିହ୍ନଟ ହୋଇଛନ୍ତି।

ନୂଆ କରି ସୁସ୍ଥ ହୋଇଛନ୍ତି ୭୫ ଜଣ। ନୂତନ ସଂକ୍ରମିତକୁ ମିଶାଇ ସମୁଦାୟ ପଜିଟିଭ୍‌ ସଂଖ୍ୟା ରହିଛି ୧୩୩୪୯୫ ଜଣ। ଏବେ ସୁଦ୍ଧା ସମୁଦାୟ ସୁସ୍ଥ ହୋଇ ସାରି‌ଲେଣି ୧୩୨୫୧୧୧ ଜଣ ଓ ଏବେ ବି ସକ୍ରି୍ୟ ଅଛନ୍ତି ୫୯୨ ଜଣ।

Comments are closed.