ରାଣୀଙ୍କ ଶେଷକୃତ୍ୟରେ ସାମିଲ ପାଇଁ ଲଣ୍ଡନ ଗଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ବ୍ରିଟେନର ଦିବଙ୍ଗତ ମହାରାଣୀ ଏଲିଜାବେଥ ଦ୍ଵିତୀୟଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଲଣ୍ଡନ ଗସ୍ତ କରିଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଣୀଙ୍କ ଶେଷକୃତ୍ୟରେ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ।  ଏନେଇ ରାଷ୍ଟ୍ରପତିଭବନ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।  ଗତ ୮ ତାରିଖରେ ରାଣୀଙ୍କର ମୃତ୍ୟୁ ଘଟିଥିଲା।  ଆସନ୍ତା ୧୯ ତାରିଖରେ ‌ତାଙ୍କର ଶେଷକୃତ୍ୟ ହେବ। ସେଥିରେ ତାଙ୍କ ପରିବାର ସମେତ ରାଜନେତା ଏବଂ ବିଶ୍ୱ ନେତୃବୃନ୍ଦ ଯୋଗଦେବେ। ତେବେ ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବ୍ରିଟେନ ଗସ୍ତ କରିଛନ୍ତି ।

Comments are closed.