କାର୍ତ୍ତିକ ପୂର୍ଣ୍ଣିମା ପାଇଁ ସାରା ରାତି ଖୋଲା ରହିବ ଶ୍ରୀମନ୍ଦିର : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ବର: ରାତି ପାହିଲେ କାର୍ତ୍ତିକ ପୂର୍ଣ୍ଣିମା। ଭକ୍ତଙ୍କୁ ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେବେ ଶ୍ରୀଜୀଉ। ଏହି ଅବସରରେ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ନୀତିକାନ୍ତି ଓ ଦର୍ଶନ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ମଧ୍ୟରେ ଆଲୋଚନା ହୋଇଛି। ତେବେ ରବିବାର ସାରାରାତି ଶ୍ରୀମନ୍ଦିର ଖୋଲା ରହିବ। ରାତିସାରା ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ଶ୍ରଦ୍ଧାଳୁ। ସେବାୟତଙ୍କ ସହ ଆଲୋଚନା ପରେ ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ।

ଅନେକ ନୀତିକାନ୍ତି ଥିବାରୁ ଏବଂ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଆଜି ରାତିରେ ଶ୍ରୀଜୀଉଙ୍କ ରାତ୍ର ପହୁଡ଼ ହେବନାହିଁ। ଆବଶ୍ୟକ ପଡ଼ିଲେ ପ୍ରତୀକାତ୍ମକ ପହୁଡ଼ କରାଯିବ। ତେଣୁ ସାରାରାତି ଭକ୍ତଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ରହିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ଅପରପକ୍ଷେ, କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୁଲିସ ପ୍ରଶାସନ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ୫୦ ପ୍ଲାଟୁନରୁ ଅଧିକ ଫୋର୍ସ ମୁତୟନ କରାଯାଇଥିବା ବେଳେ ଶ୍ରୀମନ୍ଦିର ଓ ସମୁଦ୍ରକୂଳରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ହୋଇଛି।

 

Comments are closed.