କଟକ ହସପିଟାରେ ଘଟିଯାଇଥିବା ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ।

0

ଭୁବନେଶ୍ବର : କଟକ ହସପିଟାରେ ଘଟିଯାଇଥିବା ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟି ଏକାଧିକ ଲୋକଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।

ଏଥିସହ ଅଗ୍ନିକାଣ୍ଡରେ ଗୁରୁତର ଆହତ ହୋଇଥିବା ଲୋକଙ୍କ ଆଶୁଆରୋଗ୍ୟ କାମନା କରୁଛି। ରାଜ୍ୟ ସରକାର ସମସ୍ତ ଆହତଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ସୁନିଶ୍ଚିତ କରନ୍ତୁ। ଘଟଣାସ୍ଥଳରେ ପହଞ୍ଚି ସହାୟତା ଯୋଗାଇ ଦେବାକୁ କଟକର ମେୟର ଏବଂ ଟାଙ୍ଗୀ ଚୌଦ୍ୱାର ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଛି।

Leave A Reply

Your email address will not be published.