ଏସସିବିରେ ପିଲା ଚୋରି ଘଟଣା: ମହିଳାଙ୍କ ସମେତ ଦୁଇ ଅଟକ

କଟକ: କଟକ ବଡ଼ ଡ଼ାକ୍ତରଖାନାରେ ସ୍ତ୍ରୀ ପ୍ରସୂତି ବିଭାଗରେ ପିଲା ଚୋରି ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଟକ ଡିସିପି ପିନାକ ମିଶ୍ର। ସେ କହିଛନ୍ତି ଯେ ଏହି ଘଟଣାରେ ଜଣେ ମହିଳାଙ୍କ ସହ ଦୁଇଜଣଙ୍କୁ ଅଟକ ରଖାଯାଇ ପଚରାଉଚରା ଜାରି ରହିଛି। ଏହା ସହ ମହିଳାଜଣକ ଦାବି କରୁଥିବା ପୁତ୍ର ସନ୍ତାନ ଓ କାଗଜପତ୍ର ସମ୍ପର୍କରେ ଯାଞ୍ଚ କରାଯାଉଛି। ଘଟଣାର ପୁରା ତଦନ୍ତ ପରେ ହିଁ ସମସ୍ତ ସତ୍ୟାସତ୍ୟ ସାମ୍ନାକୁ ଆସିବ ବୋଲି ସେ ପ୍ରକାଶ କରିଛନ୍ତି ।

ଏଣେ ଏସସିବି ମେଡ଼ିକାଲର ପ୍ରଶାସନିକ ଅଧିକାରୀ ଅବିନାଶ ରାଉତଙ୍କ ସୂଚନା ଅନୁଯାୟୀ ଶିଶୁ କନ୍ୟା ଫେରିବା ପରେ ତାର ଚିକିତ୍ସା ଚାଲିଛି। ଶିଶୁଟି ସୁସ୍ଥ ଅଛି।

Comments are closed.