ବରଗଡ: ରାଜ୍ୟର ସମସ୍ତ ସ୍କୁଲ ଆସନ୍ତାକାଲି ଖୋଲିବାକୁ ଥିବା ବେଳେ ବରଗଡ ଜିଲ୍ଲାରେ ୨୨ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମଛୁଟିକୁ ବଢ଼ାଇ ଦିଆଯାଇଛି।ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲମାନଙ୍କ ପାଇଁ ଏହି ନିର୍ଦ୍ଧେଶାନାମା ଜାରି କରାଯାଇଛି। ସ୍କୁଲ ଛାତ୍ରଛାତ୍ରଙ୍କ ସୁରକ୍ଷାକୁ ନେଇ ଏହି ନିଷ୍ପତ୍ତି ନିଆଯାଇଛି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରାଜ୍ୟ ସରକାର ମେ’ ୧୨ରୁ ଜୁନ୍ ୧୮ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରିଥିଲେ।
Sign in
Sign in
Recover your password.
A password will be e-mailed to you.
Comments are closed.