ଯାଜପୁର:ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଯାଜପୁର ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସ୍କୁଲ ବନ୍ଦ ରହିବ। ଜିଲ୍ଲାପାଳଙ୍କ ନିଷ୍ପତ୍ତି ଅନୁଯାୟୀ, ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟ ସହ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV) ମଧ୍ୟ ବନ୍ଦ ରହିବ।
ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଓ ଜଳସ୍ତର ବୃଦ୍ଧିକୁ ନଜରରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ନିଆଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଯାତାୟାତ ସମସ୍ୟା ଓ ସୁରକ୍ଷା ବିପଦକୁ ଏଡ଼ାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯାଇଛି।