ଖୋର୍ଦ୍ଧା: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ଘୋଷଣା କରିଛନ୍ତି ସରକାର । ୧୯ ତାରିଖରୁ ୨୫ ତାରିଖ ଯାଏଁ ହେବ ସକାଳୁଆ ସ୍କୁଲ । ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏମିତି ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରାଜ୍ୟ ସରକାର ମେ’ ୧୨ରୁ ଜୁନ୍ ୧୮ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରିଥିଲେ।
Comments are closed.