ଗଜପତି,୩୧.୮(ମନୋଜ ପାଢ଼ୀ) :- ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ପୌର ପରିଷଦ କାର୍ଯ୍ୟାଳୟଠାରେ “ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ-୨୦୨୬” ପାଳିତ ହୋଇଯାଇଛି। ବଡି ଭୋରରୁ ସହରରେ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ରାମଧୂନ୍ ପରିବେଷଣ କରାଯାଇଥିଲା। ସକାଳ ୬ ଘଣ୍ଟା ସମୟରେ ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା। ପରେ ପୌରପରିଷଦ କାର୍ଯ୍ୟାଳୟଠାରେ ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୌର ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ ଙ୍କ ସମେତ ସମସ୍ତ କାଉନସିଲର, ସମସ୍ତ କର୍ମଚାରୀମାନେ ଉପସ୍ଥିତ ଥିଲେ।ଏହା ପରେ ଅତିଥି ମାନେ କୁଷ୍ଠାଶ୍ରମକୁ ଯାଇ ସେଠାରେ ଥିବା ଅନ୍ତେବାସୀଙ୍କୁ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରିଥିଲେ।ସକାଳ ଘ. ୧୦:୩୦ ମିନିଟ୍ ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ବାରା ଭୁବନେଶ୍ବର ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବର ସିଧା ପ୍ରସାରଣ ବିଜୁ କଲ୍ୟାଣ ମଣ୍ଡପ ଠାରେ କରାଯାଇଥିଲା।ସନ୍ଧ୍ୟାରେ ଏକ ସାଧାରଣ ସଭା ପୌରଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀଙ୍କ ଅଧ୍ୟକ୍ଷତାରେ ବିଜୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାରଳା ବିଧାୟକ ଇଂ ରୂପେଶ କୁମାର ପାଣିଗ୍ରାହୀ ,ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀଯୁକ୍ତ କାମଦେବ ବଡନାୟକ , ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଗାବରା ତିରୁପତି ରାଓ,ପୌର ଉପାଧ୍ୟକ୍ଷ ଶ୍ରୀ ଲେଙ୍କା ମଧୁ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହି ଅବସରରେ ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା।
ପରେ ପାରଳାଖେମୁଣ୍ଡିର ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ନୃତ୍ୟ ପରିବେଷଣ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ଶ୍ରୀ ଅମୂଲ୍ୟ କୁମାର ପାଣିଗ୍ରାହୀ ସଂଯୋଜନା କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post
Comments are closed.