ପୁରୀ: ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଧବାର ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ମହାରାଜାଙ୍କ ଉପସ୍ଥିତିରେ ନଡ଼ିଆ ପିଟି ଏହାକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ଶ୍ରୀମନ୍ଦିରର ଚାରିଦ୍ବାର ବେଦ ଧ୍ବନୀରେ ପ୍ରକମ୍ପିତ ହୋଇଛି। ଦୀର୍ଘ ଶତାବ୍ଦୀର ଆଶା ଆକାଂକ୍ଷା ପୂରଣ ହୋଇଛି। ଏହି ଐତିହାସିକ ମୁହୂର୍ତ୍ତକୁ ସାଢେ ଚାରି କୋଟି ଓଡ଼ିଶାବାସୀ ଅପେକ୍ଷା କରି ରହିଥିଲେ। ମହାରାଜ ଶ୍ରୀ ଦିବ୍ୟସିଂହ ଦେବ ଯଜ୍ଞରେ ପୂର୍ଣ୍ଣାହୂତି ପ୍ରଦାନ କରିଛନ୍ତି। ଅପରାହ୍ନ ୨ଟାରୁ ୨ଟା ୩୦ ମଧ୍ୟରେ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଙ୍କୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ। ଅପରାହ୍ନ ୨ଟା ୩୦ରୁ ୩ଟା ପର୍ଯ୍ୟନ୍ତ ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ। ଅପରାହ୍ନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ। ସେହିପରି ସନ୍ଧ୍ୟାରେ ଲାଇଟ୍ ଏବଂ ସାଉଣ୍ଡ ଶୋ’ର ବ୍ୟବସ୍ଥା କରାଯାଇଛି।
Sign in
Sign in
Recover your password.
A password will be e-mailed to you.
Comments are closed.