ଗଜପତି ,୬।୧୦( ମନୋଜ କୁମାର ପାଢୀଙ୍କ ରିପୋର୍ଟ):-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଆନୁକୂଲ୍ୟରେ ସେପ୍ଟେମ୍ବର ୧୭ ତାରିଖରୁ ଅକ୍ଟୋବର ୧୭ ତାରିଖ ପର୍ଯ୍ୟନ୍ତ ଏକ ମାସ ବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ପାଳନ କରାଯାଉଛି। ଏହି ଅଭିଯାନ ଅନ୍ତର୍ଗତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଗଜପତି ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତ ସ୍ତରରେ ସ୍ଥାନୀୟ କଳାକାରମାନଙ୍କୁ ନେଇ ‘ନମୋ ସେବା ଗାଥା’ ନାଟକ ପରିବେଷଣ କରାଯାଉଛି।ଏହି କ୍ରମରେ ଆଜି ଜିଲ୍ଲାସ୍ତରୀୟ ‘ନମୋ ସେବା ଗାଥା’ ନାଟକ ପାରଳାଖେମୁଣ୍ଡିସ୍ଥିତ ବିଜୁ କଲ୍ୟାଣ ମଣ୍ଡପଠାରେ ପରିବେଷଣ କରାଯାଇଥିଲା। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଚୟନିତ ନାଟକ ଦଳ ଦ୍ୱାରା ଏହି ନାଟକ ପରିବେଷିତ ହୋଇଥିଲା। ନାଟକ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା, ସେବା ଓ ବିକାଶମୂଳକ ପଦକ୍ଷେପ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ କାମଦେବ ବଡ଼ନାୟକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପାରଳାଖେମୁଣ୍ଡି ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀନ୍ଦ୍ର ହନାଗା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଦୟାମୟ ପାଢ଼ୀ ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ପ୍ରମୁଖ ଯୋଗ ଦେଇଥିଲେ।ସ୍ଥାନୀୟ କଳାକାରମାନଙ୍କ ଅଂଶଗ୍ରହଣ ଏବଂ ନାଟକ ମାଧ୍ୟମରେ ସରକାରୀ ଯୋଜନା ଓ ଜନସେବାର ବାର୍ତ୍ତା ପ୍ରଚାର ଏହି ଅଭିଯାନକୁ ଅଧିକ ଜନାଭିମୁଖୀ କରିଥିଲା। ସମସ୍ତ କାର୍ଯ୍ୟକ୍ରମକୁ ଶ୍ରୀ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ପରିଚାଳନା କରିଥିଲେ।
Sign in
Sign in
Recover your password.
A password will be e-mailed to you.