କଲକାତା: ଆଜି ଠାରୁ ପଶ୍ଚିମବଙ୍ଗରେ ଶୁଭେନ୍ଦୁ ରାଜ୍। ବଙ୍ଗ ପାଇଲା ନୂଆ ସିଏମ୍। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ। ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉପସ୍ଥିତ ଅଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ, ଏନଡିଏ ଶାସିତ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀ ଓ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିିତ ଅଛନ୍ତି।
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପସ୍ଥିତିରେ ଆଜି ଏକ ଭବ୍ୟ ସମାରୋହରେ ସେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଶୁଭେନ୍ଦୁ ବଙ୍ଗଳାରେ ଶପଥ ଗ୍ରହଣ କରି ତାଙ୍କ ସମର୍ଥକମାନଙ୍କୁ ଖୁସି କରିଛନ୍ତି।
ପଶ୍ଚିମବଙ୍ଗରେ ବର୍ତ୍ତମାନ ବିଜେପି ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ଚାଲିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରଥମେ ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Comments are closed.